Angul News: ଅନୁଗୋଳ ଜିଲ୍ଲାରେ ପୁଣି ୮୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

Share this:

ଅନୁଗୋଳ: ଅନୁଗୋଳ ଜିଲ୍ଲାରୁ ସୋମବର ୮୯ ଜଣ ନୂଆ କରୋନା (Covid-19) ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଛି, କିନ୍ତୁ ଅନୁଗୋଳ ଜିଲ୍ଲାରେ କମ୍ ହେଉନି କରୋନା ସଂକ୍ରମଣ।

ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୁଳ ବ୍ଳକ୍ ଅଞ୍ଚଳରୁ ୨୦ଜଣ, ଅନୁଗୁଳ ପୌରାଞ୍ଚଳରୁ ୧୯ଜଣ, ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୧୨ଜଣ, ତାଳଚେର ବ୍ଲକ୍ ଅଞ୍ଚଳରୁ ୧୨ ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧୧ ଜଣ, ତାଳଚେର ପୌରାଞ୍ଚଳରୁ ୫ ଜଣ, ପାଲଲହଡା ବ୍ଳକ୍ ଅଞ୍ଚଳରୁ ୪ ଜଣ, କଣିହାଁ ବ୍ଳକ୍ ଅଞ୍ଚଳରୁ ୩ ଜଣ, ଆଠମଲ୍ଲିକ ବ୍ଲକ୍ ଅଞ୍ଚଳରୁ ୨ ଜଣ  ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଅଛନ୍ତି।

ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି। ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି। ସେହିପରି ଆଜି ଜିଲ୍ଲାରୁ ସୁସ୍ଥ ହୋଇଛନ୍ତି ୯୧ ଜଣ।

Also Read | NCB: ଅର୍ଜୁନ ରାମପାଲଙ୍କ ଘରେ ଏନସିବିର ଚଢାଉ

Share this: