Angul Covid19: ଆଜି ପୁଣି ଅନୁଗୋଳ ଜିଲ୍ଲାରୁ ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ, ମୋଟ ୬୦୨୬

Share this:

ଅନୁଗୋଳ (ମହିମା ଲାଇଭ ବ୍ୟୁରୋ): ଅନୁଗୋଳ ଜିଲ୍ଲାରେ କରୋନା (Covid-19) ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଛି। ଆଜି ଶନିବାର ଜିଲ୍ଲାରୁ ୨୨୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲ୍ଲାରେ ପଜିଟିଭ ସଂଖ୍ୟା ୬ ହଜାର ୨୯ ରେ ପହଞ୍ଚିଛି।

ସେହିପରି ଅନ୍ୟ ଜିଲ୍ଲାରୁ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ଆଜି ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ରେ ପହଞ୍ଚିଛି।

ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ୍ ଅଞ୍ଚଳରୁ ସର୍ବାଧିକ ୪୨ ଜଣ, କଣିହାଁ ବ୍ଳକ୍ ଅଞ୍ଚଳରୁ ୩୯ ଜଣ, ତାଳଚେର ବ୍ଲକ୍ ଅଞ୍ଚଳରୁ ୩୬ ଜଣ, ତାଳଚେର ପୌରାଞ୍ଚଳରୁ ୩୩ ଜଣ, ଅନୁଗୋଳ ପୌରାଞ୍ଚଳରୁ ୧୯ ଜଣ, ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୧୬ ଜଣ, ପାଳଲହଡା ବ୍ଲକ ଅଞ୍ଚଳରୁ ୧୫ ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧୦ ଜଣ, କିଶୋରନଗର ବ୍ଲକ୍ ଅଞ୍ଚଳରୁ ୫ ଜଣ, ଆଠମଲ୍ଲିକ ବିଜ୍ଞାପିତ ପରିଷଦ ଅଞ୍ଚଳରୁ ୫ ଜଣ ଏବଂ  ଆଠମଲ୍ଲିକ ବ୍ଲକ୍ ଅଞ୍ଚଳରୁ ଜଣେ ଅଛନ୍ତି।

ଆଜି ଚିହ୍ନଟ ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ କହିଛନ୍ତି।

 ଆଜି ଅନୁଗୁଳ ଜିଲ୍ଲାରୁ ୧୦୭ ଜଣ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୮ଜଣ କୋଭିଡ ହସପିଟାଲରୁ , ୨ଜଣ କୋଭିଡ କେୟାର ସେଣ୍ଟରରୁ ଏବଂ  ୯୭ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି।

Also Read | CBSE :ଅକ୍ଟୋବର ୧୫ରୁ ସିବିଏସ୍‍ଇ ଦ୍ୱାରା ଅନୁବନ୍ଧିତ ବିଦ୍ୟାଳୟ, ମହାବିଦ୍ୟାଳୟ ଖୋଲିବା ପାଇଁ ସ୍କୁଲକୁ ଚିଠି

Share this: