Covid19 Angul: ଅନୁଗୋଳ ଜିଲାରୁ ଆଜି ୧୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଅନୁଗୋଳ: ଆଜି ଅନୁଗୋଳ ଜିଲ୍ଲାରୁ ପୁଣି ୧୨୯ ଜଣ ନୂଆ କରୋନା (Covid-19) ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟ ଜିଲ୍ଲାରୁ ଅନୁଗୋଳ ରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ଆଜି ଜଣେ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭୩ରେ ପହଞ୍ଚିଲା।

ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ ପୌରପାଳିକାରୁ ସର୍ବାଧିକ ୪୧ ଜଣ, ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୩୩ ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧୪ ଜଣ, କଣିହାଁ ବ୍ଲକ୍ ଅଞ୍ଚଳରୁ ୧୨ ଜଣ, ପାଲଲହଡା ବ୍ଲକ ଅଞ୍ଚଳରୁ ୧୦ଜଣ, ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୯ ଜଣ ଅଛନ୍ତି।

ସେହିପରି ତାଳଚେର ବ୍ଲକ୍ ଅଞ୍ଚଳରୁ ୬ ଜଣ, ତାଳଚେର ପୌରାଞ୍ଚଳରୁ ୨ ଜଣ ଓ କିଶୋରନଗର ବ୍ଳକ୍ ଅଞ୍ଚଳରୁ ୨ ଜଣ ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ସମସ୍ତେ ଅନ୍ୟ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି। ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ୱଳ୍ପ  ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି। ଆଜି ଅନୁଗୁଳ ଜିଲ୍ଲାରୁ ୨୦୦ ଜଣ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୦ ଜଣ କୋଭିଡ ହସପିଟାଲରୁ ଓ ୧୯୦ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି।

Also Read: Virtual Summit:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡେରିକସନଙ୍କ ମଧ୍ୟରେ ଭର୍ଚୁଆଲ ଶିଖର ସମ୍ମିଳନୀ

Share this: