Angul Covid19: ଅନୁଗୋଳ ଜିଲ୍ଲାରୁ ପୁଣି ଆଜି ୧୫୮ ଜଣ କରୋନା ପଜିଟିଭ ଚିହ୍ନଟ, ମୋଟ ୫୪୨୦

Share this:

ଅନୁଗୋଳ (ମହିମା ଲାଇଭ ବ୍ୟୁରୋ): ଓଡ଼ିଶା (Odisha)ର ଅନ୍ୟ ଜିଲ୍ଲାରେ କରୋନା (Covid-19) ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି କିନ୍ତୁ ଅନୁଗୋଳ (Angul) ଜିଲ୍ଲାରେ ଦିନକୁ ଦିନ ବଢୁଛି। ଆଜି ବୁଧବାର ଜିଲ୍ଲାରୁ ପୁଣି ୧୫୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ୫ହଜାର ୪୨୦ ରେ ପହଞ୍ଚିଛି।

ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ଆଜି ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ରେ ପହଞ୍ଚିଛି।

ଆଜି ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ତାଳଚେର ବ୍ଳକ୍ ଅଞ୍ଚଳରୁ ୨୫ ଜଣ, ପାଲଲହଡା ବ୍ଳକ୍ ଅଞ୍ଚଳରୁ ୨୩ ଜଣ, ଅନୁଗୁଳ ପୌରାଞ୍ଚଳରୁ ୨୩ ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୨୨ ଜଣ, ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୧୭ ଜଣ, ଅନୁଗୁଳ ବ୍ଲକ ଅଞ୍ଚଳରୁ ୧୫ ଜଣ, ତାଳଚେର ପୌରାଞ୍ଚଳରୁ ୧୨ ଜଣ, କଣିହାଁ ବ୍ଳକ୍ ଅଞ୍ଚଳରୁ ୧୦ ଜଣ, ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୮ ଜଣ, ଆଠମଲ୍ଲିକ ବ୍ଲକ୍ ଅଞ୍ଚଳରୁ ୨ ଜଣ ଏବଂ କିଶୋରନଗର ବ୍ଲକ୍ ଅଞ୍ଚଳରୁ ଜଣେ ଅଛନ୍ତି।

ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ କହିଛନ୍ତି।

ଖୁସିଖବର, ଆଜି ଅନୁଗୁଳ ଜିଲ୍ଲାରୁ ୧୨୯ ଜଣ ସୁସ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୫ ଜଣ କୋଭିଡ ହସପିଟାଲରୁ, ଜଣେ କୋଭିଡ କେୟାର ସେଣ୍ଟରରୁ ଏବଂ ୧୧୩ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି।

Also Read |Odisha Covid19: ଆଜି ରାଜ୍ୟରେ ଆଉ ୩୪୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ,୧୮ ମୃତ

Share this: