Angul Covid19: ଅନୁଗୋଳ ଜିଲ୍ଲାରୁ ଆଜି ପୁଣି ୨୨୩ କରୋନା ପଜିଟିଭ ଚିହ୍ନଟ, ମୋଟ ୬୮୫୯

Share this:

ଅନୁଗୋଳ (ମହିମା ଲାଇଭ ବ୍ୟୁରୋ): ଗତକାଲି ଅନୁଗୋଳ ଜିଲ୍ଲାରୁ ୨୨୪ ଜଣ କରୋନା (Covid -19) ଚିହ୍ନଟ ହୋଇଥିଲେ। ଆଜି ବୁଧବାର ପୁଣି  ଜିଲ୍ଲାରୁ ୨୨୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତ ମାନଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା ପଜିଟିଭ ସଂଖ୍ୟା ୬ ହଜାର ୮୫୯ରେ ପହଞ୍ଚିଲା

ଆଜି ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୁଳ ପୌରାଞ୍ଚଳରୁ ସର୍ବାଧିକ ୪୦ ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୩୭ ଜଣ, ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୨୮ ଜଣ, ଅନୁଗୁଳ ବ୍ଳକ୍ ଅଞ୍ଚଳରୁ ୨୫ ଜଣ, ତାଳଚେର ବ୍ଲକ୍ ଅଞ୍ଚଳରୁ ୨୪ ଜଣ, କଣିହାଁ ବ୍ଳକ୍ ଅଞ୍ଚଳରୁ ୨୪ ଜଣ, ପାଳଲହଡା ବ୍ଳକ୍ ଅଞ୍ଚଳରୁ୧୫ ଜଣ, କିଶୋରନଗର ବ୍ଲକ୍ ଅଞ୍ଚଳରୁ ୧୨ ଜଣ, ତାଳଚେର ପୌରାଞ୍ଚଳରୁ ୮ ଜଣ, ଆଠମଲ୍ଲିକ ବିଜ୍ଞାପିତ ପରିଷଦ ଅଞ୍ଚଳରୁ ୫ ଜଣ ଏବଂ ଆଠମଲ୍ଲିକ ବ୍ଲକ୍ ଅଞ୍ଚଳରୁ ୫ ଜଣ ଅଛନ୍ତି।

ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ କହିଛନ୍ତି।

ସେହିପରି ଆଜି ଅନୁଗୋଳ ଜିଲ୍ଲାରୁ ୧୭୦ ଜଣ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୩ ଜଣ କୋଭିଡ ହସପିଟାଲରୁ ଓ ୧୫୭ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି।

Also Read | Watch: Tanishq ସୋସିଆଲ ମିଡିଆରେ ବିରୋଧ ପରେ ନିଜର ବିଜ୍ଞାପନ ପ୍ରତ୍ୟାହାର କଲା, ଏଥିରେ ଥିଲା କଣ ?

Share this: