Angul News: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିନିକିଆ ଅନୁଗୁଳ ଗସ୍ତ ଶେଷ, ୧୫୪୧ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ

Share this:

ଅନୁଗୁଳ: Angul News CM Naveen Patnaiks Visits Angul ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଅନୁଗୁଳ ଗସ୍ତରେ ଆସି ଜିଲ୍ଲାରେ ୧୮୦୫ କୋଟି ଟଙ୍କାର ୧୫୪୧ଟି ପ୍ରକଳ୍ପର ଉଦଘାଟନ ତଥା ଭିତ୍ତିପ୍ରସ୍ତର ସ୍ଥାପନ ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୨୪୨ କୋଟିର ଋଣ ଡିଜିଟାଲ୍ ଲଞ୍ଚିଂ କରିଛନ୍ତି। ଫଳରେ ୭୫ ହଜାରରୁ ଅଧିକ ମହିଳା ଉପକୃତ ହେବେ।

ଅନୁଗୁଳ ଷ୍ଟାଡିୟମରେ (Angul News) ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ କହିଛନ୍ତି, ସଂଗ୍ରାମ ଅନୁଗୁଳ ମାଟିକୁ ଗୌରବାନ୍ଵିତ କରିଛି। ଶିଳ୍ପ ବିକାଶ କ୍ଷେତ୍ରରେ ଅନୁଗୁଳ ଜିଲ୍ଲା ଆଗୁଆ। ଏହାର ଆହୁରି ବିକାଶ ପାଇଁ ୮୦୦ କୋଟି ଟଙ୍କା ବିନିଯୋଗ କରାଯିବ। ଜିଲ୍ଲାର ୪୮ ଟି ପଞ୍ଚାୟତର ପାନୀୟ ଜଳଯୋଗାଣ ଲାଗି ସରକାର ୩୫୦ କୋଟିର ବ୍ୟବସ୍ଥା କରିଛନ୍ତି। ଅନୁଗୁଳ ଓ ବଅଁରପାଳ ବ୍ଲକ୍‌ର ଲୋକମାନଙ୍କ ପାନୀୟ ଜଳ ସୁବିଧା ପାଇଁ ଦୁଇଟି ମେଗା ପ୍ରକଳ୍ପ ପ୍ରତିଷ୍ଠା ହେବ। ଫଳରେ ଅନୁଗୁଳର ୧ ଲକ୍ଷ ୬୬ ହଜାର ଏବଂ ବଅଁରପାଳର ୭୦ ହଜାର ଲୋକ ଉପକୃତ ହେବେ। ଉଭୟ ପ୍ରକଳ୍ପ ପାଇଁ ସମୁଦାୟ ୩୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ୨୪ ମାସ ଭିତରେ ଉଭୟ ପ୍ରକଳ୍ପ ଶେଷ କରାଯାଇ ଲୋକଙ୍କୁ ପାଣି ଯୋଗାଇ ଦିଆଯିବ। ମିଶନ ଶକ୍ତି ମୋର ସବୁଠୁ ପ୍ରିୟ କାର୍ଯ୍ୟକ୍ରମ। ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କା ଋଣର ବ୍ୟବସ୍ଥା କରାଯାଉଛି।

ସେହିପରି ବହୁ ପ୍ରତିକ୍ଷିତ ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଉପବାଚସ୍ପତି ରଜନୀକାନ୍ତ ସିଂହ ଓ ଢେଙ୍କାନାଳ ସାଂସଦ ମହେଶ ସାହୁ ପ୍ରମୁଖ ଉଦବୋଧନ ଦେଇଥିଲେ।

Advertisement

amazon_smart-wathc_999

Read Also | BJP National President JP Nadda: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଓଡ଼ିଶା ଗସ୍ତ

FROM THE WEB

Share this:

Leave a Reply

Your email address will not be published. Required fields are marked *