Angul News: ଅନୁଗୋଳରୁ ୧୧୬ ନୂଆ କରୋନା ପଜିଟିଭ ଚିହ୍ନଟ

Share this:

ଅନୁଗୋଳ (ମହିମା ଲାଇଭ ବ୍ୟୁରୋ):  ଆଜି ଅନୁଗୋଳ (Angul) ଜିଲ୍ଲାରୁ ପୁଣି ୧୧୬ ଜଣ ନୂଆ କରୋନା ପଜିଟିଭ (Corona Positive) ଚିହ୍ନଟ ହୋଇଛନ୍ତି।

ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  

ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୪୩ ଜଣ, ଅନୁଗୁଳ ପୌରାଞ୍ଚଳରୁ ୧୫ ଜଣ, ତାଳଚେର ବ୍ଳକ୍ ଅଞ୍ଚଳରୁ ୧୩ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧୨ଜଣ, କଣିହାଁ ବ୍ଳକ୍ ଅଞ୍ଚଳରୁ ୯ଜଣ, ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୯ ଜଣ, ପାଲଲହଡା ବ୍ଳକ୍ ଅଞ୍ଚଳରୁ ୫ଜଣ, ତାଳଚେର ପୌରାଞ୍ଚଳରୁ ୪ଜଣ, ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ, କିଶୋରନଗର ବ୍ଲକ୍ ଅଞ୍ଚଳରୁ ୨ ଜଣ ଓ ଆଠମଲିକ ବ୍ଲକ୍ ଅଞ୍ଚଳରୁ ଜଣେ ଅଛନ୍ତି। ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଛନ୍ତି।

ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି।

ସେହିପରି ଆଜି ଜିଲ୍ଲାରୁ ୧୧୦ ଜଣ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬ ଜଣ କୋଭିଡ ହସପିଟାଲରୁ, ଜଣେ କୋଭିଡ କେୟାର ସେଣ୍ଟରରୁ ଏବଂ ୧୦୩ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି।

Also Read | Delhi-NCR: ପ୍ରଦୂଷଣ ବନ୍ଦ କରିବାକୁ କେନ୍ଦ୍ର ସରକାରଙ୍କ ନୂଆ ନିୟମ, ୫ ବର୍ଷ ଜେଲ,୧ କୋଟି ଜୋରିମାନା

Share this: