Covid-19: ଓଡ଼ିଶାରୁ ପୁଣି ୬୩ ଜଣଙ୍କ କରୋନାରେ ମୃତ୍ୟୁ

Share this:

ଭୁବନେଶ୍ୱର: ଓଡ଼ିଶା (Odisha) ରେ ପୁଣି କରୋନା (Coronavirus) ନେଲା ଆଉ ୬୩ଜଣଙ୍କ ଜୀବନ। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୬୬୨ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୩ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼ ଜିଲ୍ଲାରୁ ୭ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ମୟୁରଭଞ୍ଜରୁ ୬ଜଣ ମୃତ୍ୟୁବରଣ କରିଛନ୍ତି। ଗଞ୍ଜାମ ଏବଂ ପୁରୀରୁ ୫ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଢେଙ୍କାନାଳ ଏବଂ କେନ୍ଦ୍ରାପଡ଼ାରୁ ୪ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ବୌଦ, ନୟାଗଡ ଏବଂ ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ବାଲେଶ୍ଵର, ଜଗତସିଂପୁର ଏବଂ କେନ୍ଦୁଝରରୁ ୨ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ, ବଲାଙ୍ଗୀର, ଗଜପତି ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୬ ଲକ୍ଷ ୪୧ ହଜାର ୨୪୧ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୪୧ ହଜାର ୭୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ ହଜାର ୮୨୪ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୧୨ ହଜାର ୪୬୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୪ ହଜାର ୫୬୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | BMW ଲଞ୍ଚ କଲା ବାଇକ୍; ବୁକିଂ ଆରମ୍ଭ, ଜାଣନ୍ତୁ ଦାମ…

Share this: