Coronavirus in Odisha: ଓଡ଼ିଶାରେ କରୋନାରେ ଆଉ ୬୬ ଜଣଙ୍କ ମୃତ୍ୟୁ

death covid odisha
Share this:

ଭୂବନେଶ୍ଵର: ଓଡ଼ିଶା (Odisha) ରେ ଆଉ ୬୬ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ (Coronavirus)। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭ ହଜାର ୨୮୯ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ ଏବଂ ଯାଜପୁର ଜିଲ୍ଲାରୁ ୬ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଭଦ୍ରକ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ମୃତ୍ୟୁବରଣ କରିଛନ୍ତି। କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୭୪ ଲକ୍ଷ ୧୫ ହଜାର ୮୭୨ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୦ ଲକ୍ଷ ୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୯୨୬ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୮୩ ହଜାର ୨୪୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯ ହଜାର ୪୯୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Covid Cases Odisha:ଓଡ଼ିଶାରେ ଆଜି ୯୧୧ କରୋନା ପଜିଟିଭ ଚିହ୍ନଟ, ମୋଟ ୧୦ ଲକ୍ଷ ପାର

Share this: