ବାଲେଶ୍ଵର ବିଜେପି ବିଧାୟକ ଙ୍କ ପରଲୋକ

Share this:

ବିଜେପି ର ଟାଣୁଆ  ନେତା ତଥା ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ତାଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଯାଇଛି। ସେ  ଲିଭର ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ।

ଗତ  ସାଧାରଣ ନିର୍ବାଚନରେ ସେ ବାଲେଶ୍ୱର ସଦରରୁ ବିଧାୟକ ଭାବେ ବିଜେପି ଟିକଟରେ ନିର୍ବାଚିତ ହୋଇଥିଲେ। ଜଣେ ଲୋକପ୍ରିୟ ଓ ତୃଣମୂଳ ସ୍ତରର ନେତା ଭାବେ ବାଲେଶ୍ୱର ରେ  ପରିଚିତ । ପୂର୍ବରୁ ସେ  ରେମୁଣା ବ୍ଲକ ଅଧ୍ୟକ୍ଷ ଓ ଜିଲ୍ଲା ପରିଷଦର ଉପସଭାପତି ଥିଲେ ।

ଶ୍ରୀ ଦତ୍ତ ଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ବରିଷ୍ଠ ବିଜେପି ନେତା ରଘୁନାଥ ମହାନ୍ତି, ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର ଓ ବିଭିନ୍ନ ଦଳର ନେତୃବୃନ୍ଦମାନେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

Share this: