Bhubaneswar: ଆଜି ରାଜ୍ୟରୁ ୮୯ ପଜିଟିଭ ଚିହ୍ନଟ
ଭୁବନେଶ୍ଵର: Bhubaneswar Covid Update Today ଓଡ଼ିଶାରେ ଗତ କିଛିଦିନ ଧରି କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିଲା। ହେଲେ ପୁଣି ଦୁଇଦିନ ହେଲାଣି ପଜିଟିଭଙ୍କ ସଂଖ୍ୟା ବଢିବାରେ ଲାଗିଛି। ଓଡ଼ିଶାରେ (Bhubaneswar) ଗତକାଲି ୮୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୮୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୫୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୧୦ଜଣ, ବରଗଡ଼ରୁ ୨ଜଣ,ବଲାଙ୍ଗୀରିରୁ ଜଣେ, କଟକରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ଜଣେ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୨ଜଣ, ଝାରସୁଗୁଡାରୁ ଜଣେ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡାରୁ ୩ଜଣ, କେଉଁଝରରୁ ୨ଜଣ, ଖୋର୍ଦ୍ଧାରୁ ୧୬ଜଣ, ମୟୂରଭଞ୍ଜରୁ ୩ଜଣ, ନୟାଗଡରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡାରୁ ଜଣେ, ସମ୍ବଲପୁରରୁ ୧୨ଜଣ, ସୁନ୍ଦରଗଡରୁ ୧୬ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୩ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୬ ଲକ୍ଷ ୫୩ ହାଜର ୧୭୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୪ ହଜାର ୮୭୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୨୪ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୫ ହଜାର ୩୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୮୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
Read Also | Odisha Weather News : ଆସନ୍ତା ୨ଦିନ ପ୍ରବଳ ବର୍ଷା; ୟେଲୋ ୱାର୍ଣ୍ଣିଂ ଜାରି