ଓଡ଼ିଶା ସମେତ ୬ଟି ରାଜ୍ୟରେ କମୁନାହିଁ କରୋନା ସଂକ୍ରମଣ, ନିୟନ୍ତ୍ରଣ ପାଇଁ ବିଶେଷଜ୍ଞ ଦଳ ପଠାଇଲା କେନ୍ଦ୍ର

Share this:

ଓଡ଼ିଶା ପାଇଁ କେନ୍ଦ୍ରୀୟ ଦଳର ନେତୃତ୍ୱ ନେବେ ଜନସ୍ୱାସ୍ଥ୍ୟ ବିଶେଷଜ୍ଞ ଡା.ଏ.ଡାନ୍

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ (Corona Pandemic) ର ଦ୍ୱିତୀୟ ଲହର ଥମିବାକୁ ଲାଗିଥିବା ବେଳେ ଓଡ଼ିଶା (Odisha) ସମେତ ୬ଟି ରାଜ୍ୟରେ ସଂକ୍ରମଣ କମୁନାହିଁ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଓଡ଼ିଶା ଏବଂ ଅନ୍ୟ ୫ଟି ରାଜ୍ୟକୁ ଟିମ୍ ପଠାଇଛନ୍ତି। ଏହି କେନ୍ଦ୍ରୀୟ ଟିମ୍ କେରଳ (Kerala), ଅରୁଣାଚଳ ପ୍ରଦେଶ (Arunachal Pradesh), ତ୍ରିପୁରା (Tripura), ଛତିଶଗଡ଼ (Chhattisgarh) ଓ ମଣିପୁର (Manipur) କୁ ଯାଇଛି। ଓଡ଼ିଶାକୁ ପଠାଯାଇଥିବା ଟିମର ନେତୃତ୍ୱ ଏଆଇଆଇଏଚ୍ ଆଣ୍ଡ୍ ପିଏଚର ଜନସ୍ୱାସ୍ଥ୍ୟ ବିଶେଷଜ୍ଞ ଡ. ଏ ଡାନ୍ ନେଉଛନ୍ତି। କୋଭିଡ ମହାମାରୀର ମୁକାବିଲା ଏବଂ ପରିଚାଳନା ଲାଗି ରାଜ୍ୟଗୁଡ଼ିକ ଉଦ୍ୟମ ଜାରି ରଖିଥିବା ବେଳେ କେନ୍ଦ୍ରୀୟ ଟିମ୍ ଗୁଡ଼ିକ ସେମାନଙ୍କୁ ଏ ବାବଦରେ ସହଯୋଗ ଯୋଗାଇଦେବେ।

କେନ୍ଦ୍ର ସରକାର ‘ସମ୍ପୂର୍ଣ୍ଣ ସରକାର’ ଏବଂ ‘ସମ୍ପୂର୍ଣ୍ଣ ସମାଜ’ ଦୃଷ୍ଟିକୋଣ ସହିତ ଏହି ବିଶ୍ୱ ମହାମାରୀ ବିରୋଧରେ ଲଢ଼େଇର ନେତୃତ୍ୱ ନେଉଛନ୍ତି। କୋଭିଡ ପରିଚାଳନା ପାଇଁ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ସରକାରଙ୍କ ପ୍ରୟାସକୁ ମଜଭୁତ କରିବା ସକାଶେ ଜାରି ରହିଥିବା ଉଦ୍ୟମ ଭାବେ କେନ୍ଦ୍ର ସରକାର ସମୟ ସମୟରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ପରିଦର୍ଶନ ନିମନ୍ତେ କେନ୍ଦ୍ରୀୟ ଟିମ ମୁତୟନ କରୁଛନ୍ତି। ଏହି କେନ୍ଦ୍ରୀୟ ଟିମ୍ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଅଧିକାରୀମାନଙ୍କ ସହ ଆଲୋଚନା କରୁଛନ୍ତି ଏବଂ ସେମାନଙ୍କ ସମ୍ମୁଖରେ ଆସୁଥିବା ଆହ୍ୱାନ ଓ ପ୍ରସଙ୍ଗକୁ ପ୍ରତ୍ୟକ୍ଷ ଭାବେ ସମୀକ୍ଷା କରି ସୂଚନା ହାସଲ କରୁଛନ୍ତି। ଏହାଦ୍ୱାରା ସେମାନଙ୍କର କାର୍ଯ୍ୟକଳାପକୁ ଆହୁରି ମଜଭୁତ କରାଯାଇ ପାରିବ ଏବଂ ଯଦି କିଛି ପ୍ରତିବନ୍ଧକ ବା ବାଧା ରହିଥାଏ, ତାହା ଦୂର ହୋଇପାରିବ।

ଏହି ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ଆଜି ଓଡ଼ିଶା ସମେତ କେରଳ, ଅରୁଣାଚଳ ପ୍ରଦେଶ, ତ୍ରିପୁରା, ଛତିଶଗଡ଼ ଓ ମଣିପୁରରେ ଟିମ୍ ମୁତୟନ କରିଛନ୍ତି। ଏହି ରାଜ୍ୟଗୁଡ଼ିକରେ ଏବେ କୋଭିଡ-୧୯ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି। ମହାମାରୀର ସଫଳ ମୁକାବିଲା ଓ ପରିଚାଳନା ନିମନ୍ତେ ରାଜ୍ୟଗୁଡ଼ିକ ଯେଉଁ ଉଦ୍ୟମ କରୁଛନ୍ତି, ଏହି ଟିମ୍ ଗୁଡ଼ିକ ସେଥିରେ ସହଯୋଗ କରିବେ।

ଏହି ରାଜ୍ୟଗୁଡ଼ିକୁ ପଠାଯାଇଥିବା ଦୁଇ ସଦସ୍ୟବିଶିଷ୍ଟ ଉଚ୍ଚସ୍ତରୀୟ ଟିମରେ ଜଣେ ଚିକିତ୍ସକ ଓ ଜଣେ ଜନସେବା ବିଶେଷଜ୍ଞ ସାମିଲ ଅଛନ୍ତି। ଏହି ଟିମଗୁଡ଼ିକ ସମ୍ପୃକ୍ତ ରାଜ୍ୟଗୁଡ଼ିକୁ ତୁରନ୍ତ ଗସ୍ତ କରି କୋଭିଡ-୧୯ ପରିଚାଳନା, ବିଶେଷକରି ଟେଷ୍ଟିଙ୍ଗ, ନିରୀକ୍ଷଣ, ନିୟନ୍ତ୍ରଣ ଓ ପରିଚାଳନା ଆଦିର ସାମଗ୍ରିକ କାର୍ଯ୍ୟକାରିତାର ତଦାରଖ କରିବେ। ଏହାସହିତ କୋଭିଡ ଉପଯୁକ୍ତ ବ୍ୟବହାର ଓ ଏହାର ପ୍ରବର୍ତ୍ତନ, ହସ୍ପିଟାଲ ଶଯ୍ୟାର ଉପଲବ୍ଧତା, ଉପଯୁକ୍ତ ଲଜିଷ୍ଟିକ୍ସ ଯଥା ଆମ୍ବୁଲାନ୍ସ, ଭେଣ୍ଟିଲେଟର, ମେଡିକାଲ ଅକ୍ସିଜେନ ଆଦି, ଏବଂ ସର୍ବୋପରି କୋଭିଡ-୧୯ ଟିକାକରଣ ଅଗ୍ରଗତିର ମଧ୍ୟ ତଦାରଖ କରିବେ। ଟିମଗୁଡ଼ିକ କୋଭିଡ ସ୍ଥିତିର ତଦାରଖ ସହିତ ପ୍ରତିକାର ପଦକ୍ଷେପ ବାବଦରେ ମଧ୍ୟ ପରାମର୍ଶ ପ୍ରଦାନ କରିବେ।

କେନ୍ଦ୍ରୀୟ ଟିମ୍ ଗୁଡ଼ିକ ସ୍ଥିତିର ମୂଲ୍ୟାୟନ କରିବେ ଏବଂ ସମ୍ପୃକ୍ତ ରାଜ୍ୟ ସରକାରମାନଙ୍କୁ ଜନସ୍ୱାସ୍ଥ୍ୟ କାର୍ଯ୍ୟକଳାପ ସଂକ୍ରାନ୍ତରେ ପ୍ରତିକାର ପଦକ୍ଷେପ ଆଦି ନେଇ ପରାମର୍ଶ ପ୍ରଦାନ କରିବେ। ଏ ସଂକ୍ରାନ୍ତ ରିପୋର୍ଟର ନକଲଗୁଡ଼ିକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟକୁ ପ୍ରଦାନ କରାଯିବ।

Also Read | Odisha: ଆଜି ଓଡ଼ିଶାରୁ ୩୨୨୨ଜଣ Covid ପଜିଟିଭ ଚିହ୍ନଟ, କଟକରୁ ସର୍ବାଧିକ

[amazon_auto_links id=”10233″]

Share this:

Leave a Reply

Your email address will not be published. Required fields are marked *