Covid19 କୁ ନେଇ ଆଗାମୀ ପାର୍ବଣ ଓ ଶୀତଋତୁ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶାବଳୀ

Share this:

ଭୁବନେଶ୍ଵର: ଆଗାମୀ ପାର୍ବଣ ଓ ଶୀତଋତୁକୁ ଦୃଷ୍ଟିରେ ରଖି ସମସ୍ତ କୋଭିଡ୍‍ (Covid-19) ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ଅଧିକ ସତର୍କ ରହିବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରଶାସନ ଏ କ୍ଷେତ୍ରରେ ଲୋକଙ୍କୁ ସଚେତନ କରାଇବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଓଡ଼ିଶାର ବର୍ତ୍ତମାନ ଅଧିକାଂଶ ଜିଲ୍ଲାରେ ନୂଆ କରୋନା ସଂକ୍ରମଣ ସଂଖ୍ୟା କମୁଚି। କଟକ, ଖୋର୍ଦ୍ଧା ଓ ପୁରୀ ଭଳି ଅଧିକ ସଂକ୍ରମଣ ଜିଲ୍ଲାରେ ମଧ୍ୟ ପରିସ୍ଥିତିରେ ଉନ୍ନତି ଆସିଛି। ଗତକାଲି କୋଭିଡ୍‍ ପରିଚାଳନା ଓ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେରଳ କୋଭିଡ ପରିଚାଳନାରେ ଅତି ଭଲ ପ୍ରଦର୍ଶନ କରିଆସୁଥିଲା। କିନ୍ତୁ ଓନାମ ଉତ୍ସବ ପରେ ସବୁକିଛି ବଦଳି ଯାଇଛି। ସଂକ୍ରମଣ ବହୁ ପରିମାଣରେ ବଢିଯାଇଛି। ଇଉରୋପ୍‌ର ଦେଶ ଗୁଡିକରେ ମଧ୍ୟ ସଂକ୍ରମଣର Second Wave  ଦେଖାଦେଇଛି। ତେଣୁ ସାମାନ୍ୟ ଢିଲା ପଣ ଆସିଲେ, ପରିସ୍ଥିତି ଗମ୍ଭୀର ହେବାର ଆଶଙ୍କା ରହିଛି।

ଏହି ଅବସରରେ ରାଜ୍ୟରେ ଅର୍ଥନୈତିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶା ବର୍ତ୍ତମାନ ପୁଞ୍ଜି ବିନିଯୋଗର ଏକ ଆକର୍ଷଣୀୟ କ୍ଷେତ୍ର ହୋଇପାରିଛି। ତେଣୁ ବୃହତ, ମଧ୍ୟମ ବା ଏମଏସଏମଇ କ୍ଷେତ୍ର, ସମସ୍ତ ଶିଳ୍ପ ପ୍ରକଳ୍ପକୁ ସବୁ ସ୍ତରରେ ସହଯୋଗ ଯୋଗାଇ ଦିଆଯିବ। ମନରେଗା (MGNREGA), ମିଶନଶକ୍ତି (Mission Shakti) ଓ ଜୀବିକା ମିଶନ ଆଦି କାର୍ଯ୍ୟକ୍ରମଗୁଡ଼ିକୁ ମଧ୍ୟ ଉପଯୁକ୍ତ ପ୍ରାଧାନ୍ୟ ଦେବାକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ପରାମର୍ଶ ଦେଇଛନ୍ତି।

Also Read| ରାଜ୍ୟ ସରକାରଙ୍କ ଅସହଯୋଗ ଯୋଗୁଁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ହେଉ ନାହିଁ:କେନ୍ଦ୍ର ଆଇନ୍‍ ମନ୍ତ୍ରୀ

Share this: