Corona Cases: ଆଜି ୧୦ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Latest Updates Odisha ଗତକାଲି ଓଡିଶାରୁ ୧୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶୁକ୍ରବାର ୧୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯ ହଜାର ୧୨୬ ରହିଛି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୫ ଲକ୍ଷ ୯୮ ହଜାର ୬୨୫ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୩୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୨ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୫୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *