Corona Cases: ଆଜି ୧୨ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

Share this:

ଭୁବନେଶ୍ଵର: Corona Cases Latest Updates Odisha ଗତକାଲି ଓଡିଶାରୁ ୧୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଗୁରୁବାର ୫ଜିଲ୍ଲାରୁ ୧୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବଲାଙ୍ଗୀରି ଏବଂ କଟକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଗଜପତିରୁ ୨ଜଣ, ଖୋର୍ଦ୍ଧାରୁ ୬ଜଣ, ନୂଆପଡ଼ାରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୫ ଲକ୍ଷ ୮୪ ହଜାର ୯୭ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୩୩୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୫ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୪୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Ganjam News: ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୋଗଦାନ

Share this:

Leave a Reply

Your email address will not be published. Required fields are marked *