Corona Cases: ଓଡିଶାରୁ ଆଜି ୭ କରୋନା ସଂକ୍ରମିତ ଚିହ୍ନଟ

covid_odisha1
Share this:

ଭୁବନେଶ୍ଵର: Corona Cases Latest Updates Odisha ଗତକାଲି ଓଡିଶାରୁ ୧୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ସୋମବାର ୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟରେ ସଂକ୍ରମଣ କମିଛି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଚିହ୍ନଟ ହୋଇଥିବାବେଳେ କଳାହାଣ୍ଡିରୁ ଜଣେ ଏବଂ ସମ୍ବଲପୁରରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୬ ଲକ୍ଷ ୬୪ ହଜାର ୧୫୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୩୭୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୨ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୧୦୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *