Corona Cases in Odisha: ଆଜି ରାଜ୍ୟରୁ ୧୭୪ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases in Odisha State Dashboard in last 24 hours district wise ଓଡ଼ିଶାରେ ଆଜି କମିଛି କରୋନା ସଂକ୍ରମଣ (Coronavirus)। ଗତକାଲି ରାଜ୍ୟରୁ ୨୨୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ୧୭୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୦୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୭୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

Read Also | Kalia Yajona eKyc: ମିଳିଲା କାଳିଆ କିସ୍ତି; ଟଙ୍କା ପାଇନଥିଲେ, କରନ୍ତୁ ekyc

ଆଜି ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୪ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ଜଣେ, ବୌଦରୁ ୩ଜଣ, କଟକରୁ ୨୦ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡ଼ରୁ ୩ଜଣ, ଜଗତସିଂପୁରରୁ ୩ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡାରୁ ୫ଜଣ, ଖୋର୍ଦ୍ଧାରୁ ୫ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୮ଜଣ, ନବରଙ୍ଗପୁରରୁ ୫ଜଣ, ନୟାଗଡରୁ ୭ଜଣ, ନୂଆପଡ଼ାରୁ ୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୯ଜଣ, ରାୟଗଡାରୁ ୪ଜଣ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡରୁ ୧୦ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୩ଜଣ ଚିହ୍ନଟ ହୋଇଛନ୍ତି।

mahimalive news

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୨ ଲକ୍ଷ ୧୯ହଜାର ୯୯୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୮ ହଜାର ୨୪୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୩୬ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୭ ହଜାର ୨୭୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୩୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *