Corona Cases in Odisha: ଆଜି ବଢିଛି ସଂକ୍ରମଣ, ୨୨୧ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases in Odisha State Dashboard in last 24 hours district wise ଓଡ଼ିଶାରେ ଆଜି ପୁଣି ବଢିଛି କରୋନା ସଂକ୍ରମଣ (Coronavirus)। ଗତକାଲି ରାଜ୍ୟରୁ ୧୭୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ୨୨୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୨୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

Read Also | Dengue Cases in Odisha: ଓଡ଼ିଶାରେ ୨,୩୦୯ ଡେଙ୍ଗୁ ରୋଗୀ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ

ଆଜି ବାଲେଶ୍ଵରରୁ ୨ଜଣ, ବରଗଡ଼ରୁ ୩ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୩ଜଣ, ବୌଦରୁ ୩ଜଣ, କଟକରୁ ୩୧ଜଣ ଚିହ୍ନଟ ହୋଇଥିବାବେଳେ ଢେଙ୍କାନାଳରୁ ୨ଜଣ, ଗଞ୍ଜାମରୁ ୫ଜଣ, ଜଗତସିଂପୁରରୁ ୫ଜଣ, ଯାଜପୁରରୁ ୮ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୩ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡାରୁ ୪ଜଣ, କେଉଁଝରରୁ ୨ଜଣ, ଖୋର୍ଦ୍ଧାରୁ ୪୮ଜଣ, କୋରାପୁଟରୁ ୫ଜଣ, ମୟୂରଭଞ୍ଜରୁ ୪ଜଣ, ନବରଙ୍ଗପୁରରୁ ୫ଜଣ, ନୟାଗଡରୁ ୮ଜଣ, ନୂଆପଡ଼ାରୁ ୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୪ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୨ଜଣ, ସୋନପୁରରୁ ୩ଜଣ, ସୁନ୍ଦରଗଡରୁ ୪୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୧ଜଣ ଚିହ୍ନଟ ହୋଇଛନ୍ତି।

mahimalive news

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୨ ଲକ୍ଷ ୩୩ ହଜାର ୬୫୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୮ ହଜାର ୪୬୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୧୪ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୭ ହଜାର ୪୯୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୪୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *