Corona Cases in Odisha: ଓଡିଶାରୁ ୨୩୧ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ଵର: Corona Cases in Odisha State Dashboard in last 24 hours district wise ଗତକାଲି ଓଡ଼ିଶାରୁ ୧୭୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ୨୩୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୧୩୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
ଆଜି ବରଗଡ଼ରୁ ୩ଜଣ, ଭଦ୍ରକରୁ ୩ଜଣ, ବଲାଙ୍ଗୀରରୁ ୫ଜଣ, ବୌଦରୁ ୫ଜଣ, କଟକରୁ ୨୭ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୨ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ୭ଜଣ, ଯାଜପୁରରୁ ୭ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୯ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡାରୁ ୩ଜଣ, ଖୋର୍ଦ୍ଧାରୁ ୬୮ଜଣ, କୋରାପୁଟରୁ ୨ଜଣ, ମୟୂରଭଞ୍ଜରୁ ୧ଜଣ, ନବରଙ୍ଗପୁରରୁ ୧୪ଜଣ, ନୟାଗଡରୁ ୧୬ଜଣ, ନୂଆପଡ଼ାରୁ ୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୩ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୭ଜଣ, ସୋନପୁରରୁ ୧ଜଣ, ସୁନ୍ଦରଗଡରୁ ୨୧ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୬ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୨ ଲକ୍ଷ ୫୮ ହଜାର ୨୩୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୮ ହଜାର ୮୭୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୭୫ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୮ ହଜାର ୬୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୭୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
[amazon_auto_links id=”9932″]