Covid-19 Odisha:ଆଜି ଓଡ଼ିଶାରୁ ନୂଆ ୨୯୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରେ ଆଜି କରୋନା ସଂକ୍ରମିତଙ୍କ (Coronavirus) ସଂଖ୍ୟା କମିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ୨ ହଜାର ୯୧୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୬୭୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୨୩୭ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୪୦୧ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୧୧୯ଜଣ, ବାଲେଶ୍ଵରରୁ ୨୨୦ଜଣ, ବରଗଡ଼ରୁ ୩୧ଜଣ, ଭଦ୍ରକରୁ ୧୩୬ଜଣ, ବଲାଙ୍ଗୀରିରୁ ୧୨ଜଣ, ବୌଦ୍ଧରୁ ୧୮ଜଣ, କଟକରୁ ୩୮୨ଜଣ, ଦେଓଗଡ଼ରୁ ୪ଜଣ, ଢେଙ୍କାନାଳରୁ ୪୨ଜଣ, ଗଜପତିରୁ ୧୩ଜଣ, ଗଞ୍ଜାମରୁ ୧୮ଜଣ, ଜଗତସିଂପୁରରୁ ୧୩୧ଜଣ, ଯାଜପୁରରୁ ୨୯୨ଜଣ, ଝାରସୁଗୁଡାରୁ ୧୪ଜଣ, କଳାହାଣ୍ଡିରୁ ୩୫ଜଣ, କନ୍ଧମାଳରୁ ୩୬ଜଣ, କେନ୍ଦ୍ରାପଡ଼ାରୁ ୭୧ଜଣ, କେଉଁଝରରୁ ୭୦ଜଣ, କୋରାପୁଟରୁ ୫୪ଜଣ, ମୟୁରଭଞ୍ଜରୁ ୧୭୪ଜଣ, ମାଲକାନଗିରିରୁ ୪୯ଜଣ, ନବରଙ୍ଗପୁରରୁ ୫୦ଜଣ, ନୟାଗଡ଼ରୁ ୧୪୦ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୬୧ଜଣ, ରାୟଗଡାରୁ ୫୨ଜଣ, ସମ୍ବଲପୁରରୁ ୩୦ଜଣ, ସୋନପୁରରୁ ୧୩ଜଣ, ସୁନ୍ଦରଗଡରୁ ୭୧ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୬୫ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୪ ଲକ୍ଷ ୧୭ହଜାର ୩୮୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୯୩ ହଜାର ୫୦୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୪୮୬ ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୫୬ ହଜାର ୪୯୮ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୩ ହଜାର ୧୫୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଆହୁରି ୫ ମାସ ମିଳିବ ମାଗଣା ରାସନ,ମିଳିଲା କ୍ୟାବିନେଟ୍ ମଞ୍ଜୁରି

[amazon_auto_links id=”9932″]

Share this: