Corona Cases in Odisha: ଆଜି ଓଡିଶାରୁ ୧୭୯ କୋଭିଡ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases in Odisha State Dashboard in last 24 hours district wise ଗତକାଲି ଓଡ଼ିଶାରୁ ୨୨୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ୧୭୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୦୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୭୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

ଆଜି ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୪ଜଣ, ବରଗଡ଼ରୁ ୪ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨ଜଣ, ବୌଦରୁ ଜଣେ, କଟକରୁ ୮ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୩ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୨ଜଣ, ଗଞ୍ଜାମରୁ ଜଣେ, ଜଗତସିଂପୁରରୁ ୪ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୪ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ୪ଜଣ, କେଉଁଝରରୁ ଜଣେ, ଖୋର୍ଦ୍ଧାରୁ ୩୬ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୬ଜଣ, ନବରଙ୍ଗପୁରରୁ ୧୮ଜଣ, ନୟାଗଡରୁ ୧୪ଜଣ, ନୂଆପଡ଼ାରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୬ଜଣ, ରାୟଗଡାରୁ ୩ଜଣ, ସମ୍ବଲପୁରରୁ ୪ଜଣ, ସୋନପୁରରୁ ୫ଜଣ, ସୁନ୍ଦରଗଡରୁ ୨୭ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୮ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୨ ଲକ୍ଷ ୪୫ ହଜାର ୬୬୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୮ ହଜାର ୬୪୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୯୫ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୭ ହଜାର ୬୮୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୨୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *