Corona Cases Odisha: ଆଜି ଓଡ଼ିଶାରେ ବଢିଲା କରୋନା ସଂକ୍ରମଣ,୩୧ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Latest Updates Odisha ଓଡିଶାରେ ଆଜି ପୁଣି କରୋନା ସଂକ୍ରମଣ ବଢିଛି। ଯାହାକି ଚିନ୍ତାଜନଙ୍କ ପରିସ୍ଥିତି ସୃଷ୍ଟି କରିଛି। ଗତକାଲି ରାଜ୍ୟରୁ ୧୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଗୁରୁବାର ୩୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକି କାଲି ତୁଳନାରେ ଆଜି ସଂକ୍ରମିତଙ୍କ ସଂଖ୍ୟା ୨ ଗୁଣରୁ ଅଧିକ। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ କଟକରୁ ୧୬ଜଣ, ଖୋର୍ଦ୍ଧାରୁ ୧୦ଜଣ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡାରୁ ଜଣେ, ପୁରୀରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ୩ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୮ଲକ୍ଷ ୪୩ହଜାର ୧୦୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୫୭୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୯ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୨୭୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | High Security Plate: ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍‍ ନମ୍ବର ବିନା ଆଉ ଗଡିବନି ଗାଡି, ଏହି ପୋର୍ଟାଲରେ ହେବ ଆବେଦନ  

Share this:

Leave a Reply

Your email address will not be published. Required fields are marked *