Corona Cases Odisha: ଓଡ଼ିଶାରେ ପୁଣି ବଢିଲା କରୋନା ସଂକ୍ରମଣ, ଆଜି ୪୧ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Latest Updates Odisha ଆଜି ଗୁରୁବାର ୪୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୪ଜଣ ଚିହ୍ନଟ ହୋଇନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧାରୁ ୨୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ଜଣେ, ଭଦ୍ରକରୁ ଜଣେ, କଟକରୁ୫ଜଣ, ଜଗତସିଂପୁରରୁ ଜଣେ, ପୁରୀରୁ ଜଣେ, ସମ୍ବଲପୁରରୁ ୨ଜଣ, ସୁନ୍ଦରଗଡରୁ ୨ଜଣ ଏବଂ ଷ୍ଟେଟ୍ ପୁଲରୁ ୬ଜଣ ଚିହ୍ନଟ ହୋଇଛନ୍ତି।

କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୯ ଲକ୍ଷ ୧୨ହଜାର ୬୯୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୭୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୦ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୩୮୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *