Corona Cases Odisha: ଆଜି ଓଡିଶାରୁ ୨୨କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Latest Updates Odisha ଗତକାଲି ଓଡ଼ିଶାରୁ ୨୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ବୁଧବାର ୨୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ଚିହ୍ନଟ ହୋଇନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧାରୁ ୧୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ଜଣେ, ବଲାଙ୍ଗୀରିରୁ ଜଣେ, ଜଗତସିଂପୁରରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ୩ଜଣ ଚିହ୍ନଟ ହୋଇଛନ୍ତି। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୯ ଲକ୍ଷ ୨ ହଜାର ୧୪୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୬୯୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୩୫୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *