Corona Cases Odisha:ଓଡ଼ିଶାରୁ ଆଜି ୧୨ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

Share this:

ଭୁବନେଶ୍ଵର: Corona Cases Latest Updates Odisha ଗତକାଲି ରାଜ୍ୟରୁ ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶନିବାର ୧୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟରେ ସଂକ୍ରମଣ ବଢିଛି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କଟକରୁ ଜଣେ, ଖୋର୍ଦ୍ଧାରୁ ୭ଜଣ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଏବଂ ସମ୍ବଲପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୭ ଲକ୍ଷ ୯ ହଜାର ୭୦୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୪୨୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୧୬୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସେହିପରି ରାଜ୍ୟରେ ଏପର୍ଯ୍ୟନ୍ତ ୬ କୋଟି ୭୧ଲକ୍ଷ ୮୯ହଜାର ୩୨୭ ଡୋଜ୍‍ ଟିକା ଦିଆଯାଇଛଇ। ସେଥିମଧ୍ୟରୁ ୩ କୋଟି ୧୨ଲକ୍ଷ ୧୧ହଜାର ୫୮୦ଜଣ ପ୍ରଥମ ଡୋଜ୍‍ ଟିକା ନେଇଥିବାବେଳେ ୨ କୋଟି ୮୮ଲକ୍ଷ ୧୪ହଜାର ୮୨୨ଜଣ ଦ୍ୱିତୀୟ ଡୋଜ୍‍ ଟିକା ନେଇଛନ୍ତି। ଏଥିସହିତ ଦେଶରେ ଏପର୍ଯ୍ୟନ୍ତ ୧୯୩କୋଟି ୧୦ଲକ୍ଷରୁ ଊର୍ଦ୍ଧ୍ୱ ଡୋଜ୍‍ କୋଭିଡ ଟିକା ଦିଆଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୭ଲକ୍ଷରୁ ଊର୍ଦ୍ଧ୍ୱ ଡୋଜ୍‍ ଟିକା ଦିଆଯାଇଛି।

Share this:

Leave a Reply

Your email address will not be published. Required fields are marked *