Corona Cases Odisha:ଆଜି ପୁଣି ବଢିଲା କରୋନା, ରାଜ୍ୟରୁ ୧୪ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Latest Updates Odisha ଓଡିଶାରେ ଦିନେ କରୋନା ସଂକ୍ରମଣ ବଢିଲେ ଦିନେ କମୁଛି। ଗତକାଲି ରାଜ୍ୟରୁ ୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ବୁଧବାର ୧୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକି କାଲି ତୁଳନାରେ ଆଜି ସଂକ୍ରମିତଙ୍କ ସଂଖ୍ୟା ବଢିଛି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ କେହି ଜଣେ ଚିହ୍ନଟ ହୋଇନାହାନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କଟକରୁ ଜଣେ, ଖୋର୍ଦ୍ଧାରୁ ୯ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୭ ଲକ୍ଷ ୭୬ ହଜାର ୯୫ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୪୫୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୧୯୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *