Corona Cases Odisha: ଦେଶରେ କରୋନାର ଚତୁର୍ଥ ଲହର ଆଶଙ୍କା, ଆଜି ଓଡିଶାରୁ ୨୩ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Latest Updates Odisha ଦେଶରେ କରୋନାର ଚତୁର୍ଥ ଲହର ଆଶଙ୍କା ପ୍ରକାଶ ପାଉଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଗୁଡ଼ିକୁ ସତର୍କତା ଜାରି କରାଯାଇଛି। ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କ ସହିତ ଏକ ଭିଡ଼ିଓ କନ୍‍ଫରେନ୍ସିଂରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଆଲୋଚନା କରିଥିଲେ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏଥିସହିତ ଟିକାକରଣ ବଢ଼ାଇବା ବିଶେଷକରି ବିଦ୍ୟାଳୟରେ ୧୨ରୁ ୧୭ ବର୍ଷର ପିଲାଙ୍କୁ ଟିକାକରଣ କରିବା ଲାଗି ସେ ଗୁରୁତ୍ୱ ଦେଇଛନ୍ତି।

ସେହିପରି ଗତକାଲି ଓଡ଼ିଶାରୁ ୧୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ମଙ୍ଗଳବାର ୨୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକି କାଲି ତୁଳନାରେ ଆଜି କରୋନା ସଂକ୍ରମଣ ବୃଦ୍ଧି ପାଇଛି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ କେହି ୩ଜଣ ଚିହ୍ନଟ ହୋଇନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧାରୁ ୯ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ଜଣେ, ସୁନ୍ଦରଗଡରୁ ୩ଜଣ ଏବଂ ଷ୍ଟେପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୮ଲକ୍ଷ ୯୧ ହଜାର ୯୭୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୬୭୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୩୩୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *