Corona Cases Odisha: ରାଜ୍ୟରେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ! ଆଜି ୩୮ ଚିହ୍ନଟ

Odisha-Coronavirus
Share this:

ଭୁବନେଶ୍ଵର: Corona Cases odisha Latest Updates ଗତ କିଛି ଦିନଧରି ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମଣ। ଗତକାଲି ଓଡ଼ିଶାରୁ ୨୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶନିବାର ୩୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ମଧ୍ୟରେ ୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧାରୁ ୨୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୨ଜଣ, ପୁରୀରୁ ୩ଜଣ ଏବଂ ଷ୍ଟେଟ୍ ପୁଲରୁ ୬ଜଣ ଚିହ୍ନଟ ହୋଇଛନ୍ତି।

କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୯ ଲକ୍ଷ ୩୬ହଜାର ୮୫୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୮୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୧ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୪୧୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୦୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *