Corona Cases Odisha: ଓଡ଼ିଶାରେ ଚିନ୍ତା ବଢାଉଛି କରୋନା; ଆଜି ୫୧ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

Share this:

ଭୁବନେଶ୍ଵର: Corona Cases odisha Latest Updates ଆଜି ଓଡ଼ିଶାରେ ୫୦ ପାର କରିଛି ଦୈନିକ କରୋନା ସଂକ୍ରମଣ। ଗତକାଲି ଓଡ଼ିଶାରୁ ୩୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରବିବାର ୫୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ମଧ୍ୟରେ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୧ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧାରୁ ୨୬ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ୧୨୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୪ଜଣ, ବୌଦରୁ ଜଣେ, କଟକରୁ ୩ଜଣ, ଗଞ୍ଜାମରୁ ଜଣେ, ଜଗତସିଂପୁରରୁ ୨ଜଣ, ଝାରସୁଗୁଡାରୁ ଜଣେ, ନୟାଗଡରୁ ୨ଜଣ, ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡରୁ ୨ଜଣ ଏବଂ ଷ୍ଟେଟ୍ ପୁଲରୁ ୭ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୯ ଲକ୍ଷ ୪୮ହଜାର ୫୬୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୮୫୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୪୩୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୩୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *