Corona Cases Odisha: ଓଡିଶାରୁ କମୁଛି କରୋନା ସଂକ୍ରମଣ, ଆଜି ୬ ପଜିଟିଭ ଚିହ୍ନଟ

corona-people2
Share this:

ଭୁବନେଶ୍ଵର: Corona Cases Latest Updates Odisha ଓଡିଶାରୁ ବର୍ତ୍ତମାନ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତକାଲି ରାଜ୍ୟରୁ ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ସୋମବାର ୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ କେହି ଜଣେ ଚିହ୍ନଟ ହୋଇନାହାନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କଟକରୁ ଜଣେ, ଖୋର୍ଦ୍ଧାରୁ ୨ଜଣ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁର ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୭ ଲକ୍ଷ ୩୫ ହଜାର ୪୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୪୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୧୮୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | High Security Plate: ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍‍ ନମ୍ବର ବିନା ଆଉ ଗଡିବନି ଗାଡି, ଏହି ପୋର୍ଟାଲରେ ହେବ ଆବେଦନ  

Share this:

Leave a Reply

Your email address will not be published. Required fields are marked *