Corona Cases Odisha: ଓଡ଼ିଶାରୁ ଆଜି ୨୫ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Odisha Latest Updates ଗତକାଲି ଓଡ଼ିଶାରୁ ୪୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶୁକ୍ରବାର ୨୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ମଧ୍ୟରେ କେହି ଚିହ୍ନଟ ହୋଇନାହାନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୦ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧାରୁ ୧୫ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ସେହିପରି ବାଲେଶ୍ଵରରୁ ଜଣେ, ବଲାଙ୍ଗୀର ଜଣେ, କଟକରୁ ୨ଜଣ, ଜଗତସିଂପୁରରୁ ଜଣେ, ସୁନ୍ଦରଗଡରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ୪ଜଣ ଚିହ୍ନଟ ହୋଇଛନ୍ତି।

କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୯ ଲକ୍ଷ ୨୩ହଜାର ୪୧୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୭୬୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୭ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୩୯୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *