Covid-19: ଆଜି ରାଜ୍ୟରୁ ପୁଣି ୪୨ ଜଣଙ୍କ କରୋନାରେ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ରାଜ୍ୟରୁ ଆଉ ୪୨ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୫୫୦ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି କରୋନା ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଅଛନ୍ତି।  ସେହିପରି ପୁରୀ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କଟକ ଜିଲ୍ଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବାଲେଶ୍ଵର, କେନ୍ଦ୍ରାପଡ଼ା ଏବଂ କୋରାପୁଟରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ, ମୟୂରଭଞ୍ଜ, ମାଲକାନଗିରି ଏବଂ ନୂଆପଡ଼ାରୁ ୨ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। କଳାହାଣ୍ଡି, ରାୟଗଡ଼ ଏବଂ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୦ ଲକ୍ଷ ୨୮ ହଜାର ୮୧୭ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୭୩ ହଜାର ୯୨୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬ ହଜାର ୨୫୨ ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୨୯ ହଜାର ୮୫୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୦ ହଜାର ୪୭୧ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। 

Also Read | UG ଓ PG ଶେଷ ବର୍ଷ ପରୀକ୍ଷା ଜୁଲାଇ-ଅଗଷ୍ଟ ମାସରେ, ହେବ ଅନ୍‌ଲାଇନ୍‌ରେ

[amazon_auto_links id=”9932″]

Share this: