Corona Information Today: ଓଡିଶାରୁ ଆଜି ପୁଣି ୫୯ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Information Today ଗତକାଲି ଓଡ଼ିଶାରୁ ୭୩ଜଣ କରୋନା ସଂକ୍ରମିତ (Covid Odisha Today) ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୫୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବରଗଡ଼ରୁ ଜଣେ, ବଲାଙ୍ଗୀରିରୁ ୪ଜଣ, କଟକରୁ ୧୦ଜଣ, ଦେଓଗଡ଼ରୁ ଜଣେ, ଜଗତସିଂପୁରଋ ୪ଜଣ, ଯାଜପୁରରୁ ୩ଜଣ, ଖୋର୍ଦ୍ଧାରୁ ୫ଜଣ, କୋରାପୁଟରୁ ୫ଜଣ, ମୟୂରଭଞ୍ଜରୁ ଜଣେ, ନବରଂଗପୁରରୁ ଜଣେ, ନୂଆପଡ଼ାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୬ଜଣ, ସମ୍ବଲପୁରରୁ ୬ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

amazon_furniture

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୭ ଲକ୍ଷ ୫୧ ହଜାର ୯୭୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୬ ହଜାର ୬୯୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮୫ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୫ ହଜାର ୯୫୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୮୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

mahimalive news

READ ALSO


PM Kisan Yojana Check: ଏଥିପାଇଁ ଆସି ନାହିଁ ପିଏମ କିସାନ ଦ୍ଵାଦଶ କିସ୍ତି, ଏହି ଉପାୟରେ ଆସିବ ଟଙ୍କା

bags american
Share this:

Leave a Reply

Your email address will not be published. Required fields are marked *