Corona Odisha : ଆଜି ବଢିଛି ସଂକ୍ରମଣ, କଟକରୁ ସର୍ବାଧିକ

Share this:

ଭୁବନେଶ୍ଵର: Corona Odisha Update ଓଡିଶାରେ ଆଜି କରୋନା ସଂକ୍ରମଣ କାଲି ଅପେକ୍ଷା ଦ୍ଵିଗୁଣରୁ ଅଧିକ ବଢିଛି। ଗତକାଲି ୧୧ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଥିଲେ। ଆଜି ପୁଣି ରାଜ୍ୟରୁ ଗତ ୨୪ ଘଣ୍ଟାରେ ନୂଆ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକି କାଲିଠାରୁ ଅଧିକ ସଂଖ୍ୟାରେ ଆଜି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ରାଜ୍ୟରୁ କରୋନା ସଂକ୍ରମିତ (Corona Odisha) ଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୨ଜଣ ଚିହ୍ନଟ ହୋଇନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଓଡ଼ିଶାରୁ ଚିହ୍ନଟଙ୍କ ମଧ୍ୟରେ ବରଗଡ଼ରୁ ୨ଜଣ, କଟକରୁ ୧୨ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ ଜଗତସିଂପୁରରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଝାରସୁଗୁଡାରୁ ଜଣେ, ଖୋର୍ଦ୍ଧାରୁ ୨ଜଣ, ନୟାଗଡରୁ ଜଣେ, ପୁରୀରୁ ଜଣେ ଏବଂ ସୁନ୍ଦରଗଡରୁ ୫ଜଣ ଚିହ୍ନଟ ହୋଇଥିବାବେଳେ ଷ୍ଟେଟ୍ ପୁଲରୁ କେହି ଜଣେ ଚିହ୍ନଟ ହୋଇନାହାନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୯ ଲକ୍ଷ ୨ ହଜାର ୯୮୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୬ ହଜାର ୩୦୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୧ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୬ହଜାର ୯୧୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

 travel bags under 299

Covid-19 India : ଭାରତରୁ ୮୧୧ଜଣ ଚିହ୍ନଟ

ଆଜି ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୮୧୧ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଯାହାକି କାଲି ଅପେକ୍ଷା ଆଜି ଅଧିକ ସଂକ୍ରମୟତ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ୪ କୋଟି ୪୬ ଲକ୍ଷ ୬୨ ହଜାର ୯୫୨କୁ ବୃଦ୍ଧି ହୋଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ଆଜି ବୁଧବାର ରିପୋର୍ଟ୍ ପ୍ରକାଶ କରିଛନ୍ତି।


ଏଥିସହିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୧୧ କୁ ବୃଦ୍ଧି ପାଇଛି। ଆଜି ମହାରାଷ୍ଟ୍ରରୁ ୨ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

amazon _shoes

ଆଜି ବୁଧବାରର ତଥ୍ୟ ଅନୁଯାୟୀ ୨୪ଘଣ୍ଟା ମଧ୍ୟରେ ସକ୍ରିୟ ମାମଲା ୧୩ ହଜାର ୫୫୯କୁ ହ୍ରାସ ପାଇଛି। ଏହା ସକାଳ ୮ ସୁଦ୍ଧାର ରିପୋର୍ଟ୍। ସକ୍ରିୟ ମାମଲା ଭାରତରେ ମୋଟ ସଂକ୍ରମଣର ୦.୦୩ ପ୍ରତିଶତ ଅଟେ। ଜାତୀୟ ପୁନରୁଦ୍ଧାର ହାର ୯୮.୭୮ ପ୍ରତିଶତକୁ ବୃଦ୍ଧି ପାଇଛି ବୋଲି ସରକାର କହିଛନ୍ତି।

Redmi 9A Sport

YOU MIGHT ALSO LIKE IT

Read Also


Share this:

Leave a Reply

Your email address will not be published. Required fields are marked *