Corona Odisha Today: ଓଡିଶାରୁ ଆଉ ୫୯ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Odisha Positive Cases Today ଗତକାଲି ଓଡ଼ିଶାରୁ ୪୯ଜଣ କରୋନା ସଂକ୍ରମିତ (Corona Odisha Positive) ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୫୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବରଗଡ଼ରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ବଲାଙ୍ଗୀରିରୁ ଜଣେ, କଟକରୁ ୪ଜଣ, ଦେଓଗଡ଼ରୁ ଜଣେ, ଜଗତସିଂପୁରଋ ୫ଜଣ, ଯାଜପୁରରୁ ୪ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୭ଜଣ, ମୟୂରଭଞ୍ଜରୁ ୮ଜଣ, ନୂଆପଡ଼ାରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୫ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୨ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୧୪ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

amazon_furniture

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୭ ଲକ୍ଷ ୩୨ ହଜାର ୮୫୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୫ ହଜାର ୫୬୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୯୫ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୫ ହଜାର ୭୭୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୩୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

mahimalive news

READ ALSO


PM Kisan Status Check: ମୋଦୀ ସରକାରଙ୍କ ଚାଷୀଙ୍କୁ ଦୀପାବଳି ଭେଟି, ମିଳିଲା ପିଏମ କିସାନ କିସ୍ତି

bags american
Share this:

Leave a Reply

Your email address will not be published. Required fields are marked *