Corona: ଆଜି ଓଡ଼ିଶାରୁ ଆଉ ୪୩ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ରାଜ୍ୟରୁ ୪୩ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୯୩୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼, ନୟାଗଡ ଓ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥିବାବେଳେ ସୁନ୍ଦରଗଡରୁ ୪ଜଣ ମୃତ୍ୟୁବରଣ କରିଛନ୍ତି। ଭଦ୍ରକ, କଟକ ଏବଂ ଗଞ୍ଜାମରୁ ୩ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ଢେଙ୍କାନାଳରୁ ୨ଜଣ ମୃତ୍ୟୁବରଣ କରିଛନ୍ତି। ବାଲେଶ୍ଵର, କେନ୍ଦୁଝର, ମୟୁରଭଞ୍ଜ ଏବଂ ସମ୍ବଲପୁରରୁ ଜିଲ୍ଲାରୁ ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୬ ଲକ୍ଷ ୨୦ହଜାର ୫୨୬ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୩ ହଜାର ୭୮୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୫୭୮ ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୬୭ ହଜାର ୪୦୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୨ହଜାର ୪୦୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | Angul News:ଅନୁଗୁଳ ଜିଲ୍ଲାରେ କମିଲା କରୋନା ସଂକ୍ରମଣ, ଆଜି ୯୩ ଜଣ ପଜିଟିଭ ଚିହ୍ନଟ

Share this: