Corona: ଆଜି ଓଡ଼ିଶାରୁ ଆଉ ୩୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ରାଜ୍ୟରୁ ୩୯ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୮୮୭କୁ ବୃଦ୍ଧି ପାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼, ନୟାଗଡ ଓ କଟକ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସମ୍ବଲପୁର ଏବଂ ସୁନ୍ଦରଗଡରୁ ୩ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ଗଞ୍ଜାମ, ମୟୁରଭଞ୍ଜ, ସୁବର୍ଣ୍ଣପୁର  ଏବଂ  କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲ୍ଲାରୁ ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୫ ଲକ୍ଷ ୫୪ ହଜାର ୪୧୭ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୬୮୨ ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୬୩ ହଜାର ୮୨୪ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୨ ହଜାର ୭୦୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | Angul News:ଆଜି ଅନୁଗୁଳ ଜିଲ୍ଲାରୁ ୧୩୩ ଜଣ କରୋନା ପଜିଟିଭ ଚିହ୍ନଟ

Share this: