Corona:ପୁଣି ଆଜି ଓଡ଼ିଶାରୁ ଆଉ ୪୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ଓଡ଼ିଶା (Odisha) ରୁ ୪୦ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୯୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼, ନୟାଗଡ ଓ କଟକ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥିବାବେଳେ ପୁରୀରୁ ୪ଜଣ ମୃତ୍ୟୁବରଣ କରିଛନ୍ତି। ସେହିପରି ଅନୁଗୁଳ ଏବଂ ଗଞ୍ଜାମରୁ ୩ଜଣ ଲେଖାଏଁ  କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। କଳାହାଣ୍ଡିରୁ ୨ଜଣ ମୃତ୍ୟୁବରଣ କରିଛନ୍ତି। ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର ଏବଂ ସମ୍ବଲପୁରରୁ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୬ ଲକ୍ଷ ୮୪ହଜାର ୨୨୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୬ ହଜାର ୪୨୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୩୮୫ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୭୦ ହଜାର ୭୮୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୧ ହଜାର ୬୧୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | Agni Prime:ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ, ପାକିସ୍ତାନ ଓ ଚୀନର ପ୍ରାୟ ସହର ଆସୁଛି ରେଞ୍ଜରେ

Share this: