Corona Cases: ଓଡ଼ିଶାରୁ ଆଜି ୧୩ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Latest Updates Odisha ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ଆଜି ପୁଣି ବଢିଛି। ଆଜି ବୁଧବାର ୭ଜିଲ୍ଲାରୁ ୧୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ୩ଜଣ, ବରଗଡ଼, ବଲାଙ୍ଗୀରି ଏବଂ କଟକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଗଜପତିରୁ ୨ଜଣ, ଖୋର୍ଦ୍ଧାରୁ ୩ଜଣ, ନୂଆପଡ଼ାରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୫ ଲକ୍ଷ ୬୯ ହଜାର ୩୪୨ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୩୨୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୨୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *