Covid-19 Odisha Updates: ଆଜି ୧୮ ଜିଲ୍ଲାରୁ ୯୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରୁ ଆଜି ୧୮ ଜିଲ୍ଲାରୁ ୯୭ଜଣ କରୋନା (Corona) ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୯ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି, ଅନୁଗୋଳ ଜିଲ୍ଲାରୁ ୨ଜଣ, ବାଲେଶ୍ଵରରୁ ୫ଜଣ, ବରଗଡ଼ରୁ ୬ଜଣ,  ବଲାଙ୍ଗୀରି ଜିଲ୍ଲାରୁ ୨ଜଣ, କଟକରୁ ୪ଜଣ, ଦେଓଗଡରୁ ୧ଜଣ, ଯାଜପୁରରୁ ୫ଜଣ,ଜଗତସିଂପୁରରୁ ଜଣେ, ଝାରସୁଗୁଡାରୁ ୬ଜଣ, କଳାହାଣ୍ଡିରୁ ୨ ଜଣ, କେଉଁଝରରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜରୁ ୬ଜଣ, ନବରଙ୍ଗପୁରରୁ ୪ଜଣ, ନୟାଗଡରୁ ୨ଜଣ, ପୁରୀରୁ ୬ଜଣ, ସମ୍ବଲପୁରରୁ ୧୩ଜଣ, ସୁନ୍ଦରଗଡରୁ ୧୧ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୩ ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୩ ଲକ୍ଷ ୮୩ହଜାର ୧୫୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ  ୩୭ ହଜାର ୪୪୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୬ ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୪ ହଜାର ୭୦୩ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୭୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”10233″]

Also Read |WhatsApp କଲିଂରେ ଅଧିକ ଡାଟା ଖର୍ଚ୍ଚ ହେଉଛି କି? ଆପଣାନ୍ତୁ ଏହି କୌଶଳ

Share this: