Corona Positive odisha: କମୁଛି ସଂକ୍ରମଣ; ଆଜି ଓଡ଼ିଶାରୁ ୧୬୪ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Today corona positive in odisha district wise last 24 hours ଓଡ଼ିଶାରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ( Corona positive in Odisha)। ଗତକାଲି ଓଡ଼ିଶାରୁ ୨୧୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୬୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୨୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୯୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୮ଜଣ, ବରଗଡ଼ରୁ ୨ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ଜଣେ, ବୌଦରୁ ୫ଜଣ, କଟକରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ୨ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୩ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡାରୁ ଜଣେ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡାରୁ ୩ଜଣ, ଖୋର୍ଦ୍ଧାରୁ ୨୪ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୫ଜଣ, ନବରଂଗପୁରରୁ ୨ଜଣ, ନୟାଗଡରୁ ୧୩ଜଣ, ନୂଆପଡ଼ାରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୩ଜଣ, ରାୟଗଡାରୁ ୪ଜଣ, ସମ୍ବଲପୁରରୁ ୧୯ଜଣ, ସୋନପୁରରୁ ୫ଜଣ, ସୁନ୍ଦରଗଡରୁ ୨୨ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୬ଜଣ ଚିହ୍ନଟ ହୋଇଛନ୍ତି।

tv

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୫ ଲକ୍ଷ ୨୭ ହଜାର ୩୩୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୩ ହଜାର ୩୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୪୫ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୨ ହଜାର ୬୪୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୩୯ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

mahimalive news
amazon+home

Read Also | Amazon ରୁ କିଣିପାରିବେ Smart TV ମାତ୍ର ୭୯୯୯ ଟଙ୍କାରେ

Share this:

Leave a Reply

Your email address will not be published. Required fields are marked *