Covid Positive Odisha: ରାଜ୍ୟରୁ ଆଜି ୧୬୭ କୋଭିଡ ପଜିଟିଭ ଚିହ୍ନଟ କଟକରୁ ସର୍ବାଧିକ

Share this:

ଭୁବନେଶ୍ଵର: Today covid positive in odisha district wise last 24 hours ଗତକାଲି ଓଡ଼ିଶାରୁ ୧୬୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୬୭ଜଣ (Covid) ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୨୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୯୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵର, ବରଗଡ଼ ଏବଂ ଭଦ୍ରକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀରିରୁ ୭ଜଣ, ବୌଦରୁ ୬ଜଣ, କଟକରୁ ୪୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ୨ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୫ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୪ଜଣ, କଳାହାଣ୍ଡିରୁ ୪ଜଣ, କନ୍ଧମାଳରୁ ୭ଜଣ, ଖୋର୍ଦ୍ଧାରୁ ୧୯ଜଣ, କୋରାପୁଟରୁ ୨ଜଣ, ମୟୂରଭଞ୍ଜରୁ ୭ଜଣ, ନବରଂଗପୁରରୁ ଜଣେ, ନୟାଗଡରୁ ୨ଜଣ, ନୂଆପଡ଼ାରୁ ୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୪ଜଣ, ସମ୍ବଲପୁରରୁ ୯ଜଣ, ସୋନପୁରରୁ ୩ଜଣ, ସୁନ୍ଦରଗଡରୁ ୧୬ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୪ଜଣ ଚିହ୍ନଟ ହୋଇଛନ୍ତି।

tv

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୫ ଲକ୍ଷ ୩୮ ହଜାର ୨୩୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୩ ହଜାର ୪୯୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୮୨ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୨ ହଜାର ୮୩୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୨୩ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

mahimalive news
amazon+home

Read Also | Buy Premium Quality Wall Clock From AMAZON at 299

Share this:

Leave a Reply

Your email address will not be published. Required fields are marked *