Corona: ଆଜି ଓଡିଶାରୁ ଆଉ ୩୭ ଜଣଙ୍କ କରୋନାରେ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ରାଜ୍ୟରୁ ଆଉ ୩୭ ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୫୦୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି କରୋନା ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୫ଜଣ ଅଛନ୍ତି।  ସେହିପରି କଳାହାଣ୍ଡି, ଝାରସୁଗୁଡ଼ା ଓ କଟକ ଜିଲ୍ଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବରଗଡ଼, ସୁନ୍ଦରଗଡ଼ ଏବଂ ପୁରୀରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବଲାଙ୍ଗୀରି, ଦେଓଗଡ଼, କେନ୍ଦ୍ରାପଡ଼ା ଏବଂ ରାୟଗଡ଼ାରୁ ୨ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଗଜପତି, ମୟୂରଭଞ୍ଜ ଏବଂ ସମ୍ବଲପୁର ଜିଲ୍ଲାରେ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୨୯ ଲକ୍ଷ ୬୪ ହଜାର ୭୦୫ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୭୦ ହଜାର ୪୯୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬ ହଜାର ୨୪୦ ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୨୩ ହଜାର ୫୯୯ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୩ ହଜାର ୩୩୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। 

Also Read | ଏଥର ଗ୍ରାହକ ନିଜେ ନିଜର କରିପାରିବେ ମିଟର ରିଡିଂ, TPCODL MITRA ଆପ୍ ଲଞ୍ଚ

[amazon_auto_links id=”9932″]

Share this: