Corona Cases Odisha: ଓଡିଶାରୁ ଆଜି ୧୭ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

Share this:

ଭୁବନେଶ୍ଵର: Corona Cases Odisha Today ଗତକାଲି ରାଜ୍ୟରୁ ୧୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ବୁଧବାର ୪ଜିଲ୍ଲାରୁ ୧୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କଟକରୁ ୨ଜଣ, ଗଜପତିରୁ ୫ଜଣ, ଖୋର୍ଦ୍ଧାରୁ ୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୟାଗଡରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୪ ଲକ୍ଷ ୬୯ ହଜାର ୩୧୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୨୩୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୨ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୯୨୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *