ଓଡ଼ିଶାରେ ରେକର୍ଡ ସଂଖ୍ୟକ ୨୯୪୯ଜଣ କରୋନା ପଜିଟିଭ ଚିହ୍ନଟ,କେବଳ କଟକରୁ “୫୮୯”

Share this:

ଭୁବନେଶ୍ଵର:ରାଜ୍ୟରେ ଆଜି ୨୯୪୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୮୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୨୩ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରେ ସର୍ବାଧିକ ୫୮୯ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୧୯୨ଜଣ, ଖୋର୍ଦ୍ଧାରୁ ୪୭୪ ଜଣ,କନ୍ଧମାଳ ଜିଲ୍ଲାରୁ ୩୪ ଜଣ,କୋରାପୁଟରୁ ୧୮୧ ଜଣ, କେନ୍ଦ୍ରାପଡ଼ାରୁ ୫୬ ଜଣ, କେଉଁଝରରୁ ୩୦ ଜଣ ଓ କଳାହାଣ୍ଡିରୁ ୩୦ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୧୦୪ ଜଣ, ସୁନ୍ଦରଗଡ଼ରୁ ୮୧ ଜଣ ଓ ସୋନପୁର ଜିଲ୍ଲାରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୨୧୫ ଜଣ, ଜଗତସିଂହପୁରରୁ ୫୧ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୨୦ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୬୨ ଜଣ, ବାଲେଶ୍ଵରରୁ ୮୮ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫୭ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ ଏବଂ ଭଦ୍ରକ ଜିଲ୍ଲାରୁ ୬୬ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୧୭୯ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୮୬ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୯୩ ଜଣ, ନବରଙ୍ଗପୁରରୁ ୨୬ ଜଣ ଓ ନୂଆପଡ଼ାରୁ ୨ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୧୩ ଜଣ ଓ ଦେଓଗଡରୁ ୨ ଜଣ ସଂକ୍ରମିତ ହୋଇଛନ୍ତି। ରାୟଗଡା ରୁ ୧୪୩ ଜଣ, ଅନୁଗୋଳରୁ ଜଣେ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜ ରୁ ୧୫୬ ଜଣ ଏବଂ ମାଲକାନଗିରିରୁ ୭୮ ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧୩ ଲକ୍ଷ ୬୩ ହଜାର ୬୨୦ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮୧ ହଜାର ୪୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୪ ହଜାର ୪୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୬ ହଜାର ୬୦୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read:

ରାଜ୍ୟର ଚାଷୀଙ୍କୁ ପର୍ଯ୍ୟାପ୍ତ ପରିମାଣର ୟୁରିଆ ଯୋଗାଇବା ପାଇଁ ପ୍ରତିଶ୍ରୁତି -କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କୋଭିଡ-୧୯ ସଂକ୍ରାନ୍ତ ୩ଟି ଉଦ୍ଭାବନର ପ୍ୟାଟେଣ୍ଟ ପାଇଁ ବ୍ରହ୍ମପୁର ଆଇଟିଆଇର ଆବେଦନ

ଆମାଜନର ବେଷ୍ଟ ଅଫ୍ ଟେକ୍ ବିକ୍ରୟ ୨୦୨୦ ଆରମ୍ଭ; ଲାପଟପ୍, ସ୍ମାର୍ଟଫୋନ୍ ବଡ଼ ରିହାତି କିଣିବାର ସୁଯୋଗ

୭୩ ଦିନ ମଧ୍ୟରେ କୋଭିଶିଲ୍ଡ ଟୀକା ପାଇବା ଉପରେ ସେରମ୍ ଇନଷ୍ଟିଚ୍ୟୁଟ୍ ର ବିବୃତ୍ତି

FROM THE WEB

Share this: