ରାଜ୍ୟରେ ପୁଣି ୨୦୬ କରୋନା ପଜିଟିଭ ଚିହ୍ନଟ
ରାଜ୍ୟରେ ଆଉ ୨୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୧୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୨ ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି , ଯାଜପୁର ଜିଲ୍ଲାରୁ ୨୮ ଜଣ , କେଉଁଝର ଓ ଅନୁଗୁଳ ଜିଲ୍ଲାରୁ ୬ ଲେଖାଏଁ ସଂକ୍ରମିତ ହୋଇଛନ୍ତି।,ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲାରୁ ୭ ଜଣ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ଢେଙ୍କାନାଳ ,କେନ୍ଦ୍ରାପଡ଼ା,ସମ୍ବଲପୁର ଓ ଭଦ୍ରକ ଜିଲାରୁ ୪ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ଜଗତସିଂହପୁର ଓ କଟକ ଜିଲ୍ଲାରୁ ୧୭ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ଦେଓଗଡ ଜିଲ୍ଲାରୁ ୧୫ ଜଣ ଓ ବାଲେଶ୍ୱର ଜିଲାରୁ ୫ ଜଣ ଆକ୍ରାନ୍ତ ହୋଇଛନ୍ତି। କୋରାପୁଟ ଜିଲ୍ଲାରୁ ୧୮ ଜଣ ଓ ବଲଙ୍ଗିର ଜିଲ୍ଲାରୁ ୧୬ ଜଣ ଆକ୍ରାନ୍ତ ହୋଇଛନ୍ତି। ନୟାଗଡ଼, ପୁରୀ ଓ ବୌଦ୍ଧ ଜିଲ୍ଲ ରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ଝାରସୁଗୁଡା ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରନ୍ତା ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ୨ ଜଣ ସଂକ୍ରମିତ ହୋଇଛନ୍ତି। ଏଥିସହିତ , ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଅଛନ୍ତି ।
ଖବର ଅନୁସାରେ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ ଲକ୍ଷ ୬୫ ହଜାର ୪୩୧ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୭୦୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୩ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୦୮୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।