ଓଡ଼ିଶାରେ ପୁଣି ନୂଆ ରେକର୍ଡ ସଂଖ୍ୟକ ୨୯୨୪ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରେ ୪୮୮

Share this:

ଭୁବନେଶ୍ଵର:ରାଜ୍ୟରେ ଆଜି ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୮୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୦୯ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪୮୮ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୩୧୮ଜଣ, କଟକରୁ ୧୮୯ ଜଣ,କନ୍ଧମାଳ ଜିଲ୍ଲାରୁ ୫୦ ଜଣ,କୋରାପୁଟରୁ ୯୫ ଜଣ, କେନ୍ଦ୍ରାପଡ଼ାରୁ ୬୦ ଜଣ ,କେଉଁଝରରୁ ୨୬ ଜଣ ଓ କଳାହାଣ୍ଡିରୁ ୨୭ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୩୭ ଜଣ ,ସୁନ୍ଦରଗଡ଼ରୁ ୧୬୧ ଜଣ ଓ ସୋନପୁର ଜିଲ୍ଲାରୁ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାୟଗଡା ଜିଲ୍ଲାରୁ ୧୧୬ଜଣ, ଯାଜପୁର ଜିଲ୍ଲାରୁ ୨୦୦ ଜଣ ,ଜଗତସିଂହପୁରରୁ ୪୭ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୩୦ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୪୮ ଜଣ, ବାଲେଶ୍ଵରରୁ ୧୨୭ ଜଣ ,ବଲାଙ୍ଗୀରି ଜିଲ୍ଲାରୁ ୨୭ଜଣ ,ବୌଦ୍ଧଜିଲ୍ଲାରୁ ୮ ଜଣ ଏବଂ ଭଦ୍ରକ ଜିଲ୍ଲାରୁ ୧୦୭ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୭୧ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୧୪୪ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୧୪୨ ଜଣ ,ନବରଙ୍ଗପୁରରୁ ୨୬ ଜଣ ଓ ନୂଆପଡ଼ାରୁ ୨୦ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୪୦ଜଣ,ଦେଓଗଡରୁ ୧୬ ଜଣ ସଂକ୍ରମିତ ହୋଇଛନ୍ତି। ଅନୁଗୋଳରୁ ୩୭ ଜଣ ସଂକ୍ରମିତ ହୋଇଛନ୍ତି।ମୟୁରଭଞ୍ଜ ରୁ ୧୩୬ ଜଣ ଏବଂ ମାଲକାନଗିରିରୁ ୯୩ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୯ ଲକ୍ଷ ୮ ହଜାର ୫୦୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୬୦ ହଜାର ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୦ ହଜାର ୭୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮ ହଜାର ୯୨୮ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share this: