ଓଡ଼ିଶାରେ ଆଜି ରେକର୍ଡ ୩୨୫୨ ଜଣ କରୋନା ପଜିଟିଭ ଚିହ୍ନଟ,ମୋଟ ୯୭,୯୨୦ ହଜାର

Share this:

ଭୁବନେଶ୍ଵର:ରାଜ୍ୟରେ ଆଜି ୩୨୫୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୯୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୬୫ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ  ସର୍ବାଧିକ ୭୬୨ ଜଣ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୧୬୯ ଜଣ, କଟକରୁ ୩୨୩  ଜଣ,କନ୍ଧମାଳ ଜିଲ୍ଲାରୁ ୨୬ଜଣ,କୋରାପୁଟରୁ ୨୫ ଜଣ, କେନ୍ଦ୍ରାପଡ଼ାରୁ ୭୭ ଜଣ, କେଉଁଝରରୁ ୫୦ଜଣ ଓ କଳାହାଣ୍ଡିରୁ ୨ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୬୩ ଜଣ ,ସୁନ୍ଦରଗଡ଼ରୁ ୯୪ ଜଣ ଓ ସୋନପୁର ଜିଲ୍ଲାରୁ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୮୩ ଜଣ,ଜଗତସିଂହପୁରରୁ ୩୬ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୫୫ ଜଣ  ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୧୪୬ ଜଣ, ବାଲେଶ୍ଵରରୁ ୭୮ ଜଣ ,ବଲାଙ୍ଗୀରି ଜିଲ୍ଲାରୁ ୬୪ ଜଣ ,ବୌଦ୍ଧ ଜିଲ୍ଲାରୁ ୩୮ ଜଣ ଏବଂ ଭଦ୍ରକରୁ  ୭୬ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୨୦ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୧୩୫ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୧୨୦ ଜଣ ,ନବରଙ୍ଗପୁରରୁ ୪୧ ଜଣ ଓ ନୂଆପଡ଼ାରୁ ୨୫ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୯୪ ଜଣ,ଦେଓଗଡରୁ ୭ ଜଣ ସଂକ୍ରମିତ ହୋଇଛନ୍ତି। ରାୟଗଡାରୁ ୪୫୦ ଜଣ, ଅନୁଗୋଳରୁ ୧୧ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୧୨୩ ଜଣ ଏବଂ ମାଲକାନଗିରିରୁ ୨୧ ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧୬ ଲକ୍ଷ ୭୦ ହଜାର ୯୧୦ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯୭ ହଜାର ୯୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୭ ହଜାର ୮୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯ ହଜାର ୫୭୧ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read :

Share this: