ରାଜ୍ୟରେ ପୁଣି ୬୧୬ କରୋନା ପଜିଟିଭ ଚିହ୍ନଟ

Share this:

ରାଜ୍ୟରେ ଆଉ ୬୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୦୧ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 ଆଜି ୨୩ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୮୩ ଜଣ ଚିହ୍ନଟ ହୋଇଛନ୍ତି। ତା ତଳକୁ କୋରାପୁଟ  ଜିଲ୍ଲାରେ ୫୦ ଓ ନବରଙ୍ଗପୁର  ଜିଲାରେ ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି, ଖୋର୍ଦ୍ଧା ରୁ ୨୯ ଓ ବରଗଡ଼  ରୁ ୩୧ ଜଣ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ରୁ  ୧୩  ଜଣ ସଂକ୍ରମିତ ହୋଇଛନ୍ତି। ବାଲେଶ୍ଵର ଜିଲ୍ଲାରୁ ୨୭ ଜଣ ଆକ୍ରାନ୍ତ  ହୋଇଛନ୍ତି।  ସେହିପରି କଟକ ଓ କେଉଁଝର ଜିଲ୍ଲାରୁ ୨୩ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି।  ସେହିପରି ଯାଜପୁର ଜିଲ୍ଲାରୁ ୧୭ ଆକ୍ରାନ୍ତ ହୋଇଛନ୍ତି। ଜଗତସିଂପୁର ଜିଲ୍ଲାରୁ ୧୮ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଝାରସୁଗୁଡା ଜିଲ୍ଲାରୁ ୧୧  ଜଣ ଆକ୍ରାନ୍ତ ହୋଇଛନ୍ତି।ମାଲକାନଗିରି ଜିଲ୍ଲାରୁ ୧୪ ଜଣ ସଂକ୍ରମିତ । ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା ରୁ ୭ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି । ସେହିପରି କନ୍ଧମାଳ ଜିଲ୍ଲା ରୁ ୬ ଜଣ ଆକ୍ରାନ୍ତ ହୋଇଛନ୍ତି । ନୂଆପଡ଼ା ଓ ସୁନ୍ଦରଗଡ ଜିଲ୍ଲା ରୁ ୫ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ଭଦ୍ରକ ଓ ବଲାଙ୍ଗୀରି ଜିଲ୍ଲା ରୁ ୨ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀ, କେନ୍ଦ୍ରାପଡ଼ା ଓ ଗଜପତି ଜିଲ୍ଲା ରୁ ଜଣେ ଲେଖାଏଁ ସଂକ୍ରମିତ ଅଛନ୍ତି।

ଖବର ଅନୁସାରେ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩ ଲକ୍ଷ ୪୧ ହଜାର ୫୩୭ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩,୭୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮,୭୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୦ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪,୮୯୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share this: