Coronavirus India: ଗତ ୨୪ ଘଣ୍ଟାରେ ୪୬,୨୫୪ ଜଣ ନୂଆ ସଂକ୍ରମିତ, ୫୧୪ ମୃତ

Share this:

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୪୬,୨୫୪ ନୂଆ କରୋନା ପଜିଟିଭ (Corona Virus) ଚିହ୍ନଟ ହୋଇଛନ୍ତି। ଏଥିସହିତ ୫୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଅନୁସାରେ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୧ଲକ୍ଷ ୨୩ ହଜାର ୬୧୧ ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩,୧୩,୮୭୭ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ୫,୩୩,୭୮୭ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ୭୬,୫୬,୪୭୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ ୨୪ ଘଣ୍ଟା ରେ ୫୩,୩୫୭ ଜଣ ସୁସ୍ଥ ହୋଇଛନ୍ତି।

ଭାରତରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ମଧ୍ୟ ଦ୍ରୁତଗତିରେ ହ୍ରାସ ପାଇବାରେ ଲାଗିଛି। ଏହା ସହ ଦେଶରେ ଆରୋଗ୍ୟ ହାର ୯୨% କୁ ବୃଦ୍ଧି ପାଇଛି।   

Also Read | Unlock 6.0 ଗାଇଡ୍ ଲାଇନ୍ ଜାରି, ନଭେମ୍ବର ୧୬ରୁ ଖୋଲିବ ସ୍କୁଲ୍‌

Share this: